ଚାଷୀଙ୍କୁ ମିଳିଲା ପଞ୍ଚମ କିସ୍ତି କାଳିଆ ସହାୟତା

କାଳିଆ ଯୋଜନା ଚାଷୀଙ୍କ ମୁହଁ ରେ ହସ ଆଣିଛି , ଋଣ ଭାର ଲାଘବ କରିଛି

ଚାଷୀ ଙ୍କ ଖାତାକୁ ଗଲା 920 କୋଟି ଟଙ୍କା

ଚାଷୀର ତ୍ୟାଗ ର ମୂଲ୍ୟ କେହି ଦେଇ ପାରିବ ନାହିଁ 

ଭୂବନେଶ୍ୱର () ଆସନ୍ତାକାଲି ଅଷୟତୃତୀୟା।ରାଜ୍ୟର ଚାଷୀ ପରିବାର ପାଇଁ ଏକ ଆନନ୍ଦ ର ଦିନ । ଚାଷ କାମ ର ଅନୁକୂଳ କାଲି ଠାରୁ ଆରମ୍ଭ ହୋଇଥାଏ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀ ଭାଇ ଭଉଣୀ ମାନଙ୍କୁ ଶୁଭେଛା ଜଣାଇବା ସହ ରାଜ୍ୟର 42 ଲଷ ଚାଷୀ ପରିବାର ର ବ୍ୟାଙ୍କ ଖାତାରେ ଖରିଫ 2021 ପାଇଁ କାଳିଆ ଯୋଜନାରେ 920 କୋଟି ଟଙ୍କା ଜମା କରାଯାଇଥିବା ବିଷୟ ଘୋଷଣା କରିଥିଲେ ।ରାଜ୍ୟର ଛୋଟ ଚାଷୀ ,ନାମ ମାତ୍ର ଚାଷୀ ,ଓ ଭୂମି ହୀନ ଚାଷୀ ପରିବାର ସମସ୍ତେ ଏହି କାଳିଆ ଯୋଜନା ର ସହାୟତା ପାଇ ଏହାକୁ ଚାଷ କାମରେ ତଥା ଜୀବନ ଜୀବିକାର ଉନ୍ନତି ରେ ଲଗେଇବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଚାଷୀଙ୍କ ପାଇଁ ସାରା ଦେଶରେ କାଳିଆ ଯୋଜନା ସବୁଠାରୁ ଭଲ ଯୋଜନା ।
ଏହି ଯୋଜନା ଚାଷୀ ମୁହଁ ରେ ହସ ଆଣିଛି । ଚାଷୀର ଋଣ ଭାର ଲାଘବରେ ମଧ୍ୟ ଏହା ସହାୟକ ହୋଇଛି । ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଚାଷୀ ଙ୍କ ତ୍ୟାଗ ର ଉଚ୍ଚ ପ୍ରଶସା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଚାଷୀ ଆମର ଗର୍ବ ଓ ଗୌରବ । ଦେଶ ଓ ସମାଜ ପାଇଁ ଚାଷୀର ତ୍ୟାଗର ତୁଳନା ନାହିଁ । ଗତବର୍ଷ କୋଭିଡ଼ ସମୟରେ ଚାଷୀ ହି ଅର୍ଥନୀତିକୁ ସଜୀବନୀ ପରି ଶକ୍ତି ଦେଇଥିଲା । ତେଣୁ ଚାଷୀର ତ୍ୟାଗର ମୂଲ୍ୟ କେହି ଦେଇପାରିବେ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, “ମୋ ରାଜ୍ୟର ଚାଷୀ ,ଭଲରେ ରହୁ । ତାର ରୋଜଗାର ବଢୁ ତା ପରିବାରରେ ସମୃଦ୍ଧି ଆସୁ । ଏଥିପାଇଁ ମୁଁ କାମ କରୁଛି ଓ କରିଚାଲିବି ।” କୋଭିଡ଼ ସମ୍ପର୍କରେ ସଚେତନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ
ଏବେ ଆମେ କୋଭିଡ଼ ସକ୍ରମଣର ଦ୍ଵିତୀୟ ଲହର ର ସାମନା କରୁଛେ ।ସକ୍ରମଣକୁ ନିୟନ୍ତ୍ରଣ କରିବାକୁ ଲକ୍ ଡାଉନ ଚାଲିଛି ।କିନ୍ତୁ କୃଷି ଷେତ୍ର ପାଇଁ କୌଣସି ଲକ୍ ଡାଉନ ନାହିଁ । ତେଣୁ ଚାଷୀ ଭାଇମାନେ କୋଭିଡ଼ ନିୟମ ମାନି ଚାଷ କାମ ଜାରି ରଖିବା ସହିତ ସରକାର ଙ୍କ ବିଭିନ୍ନ କୃଷି ବିକାଶ ଯୋଜନା ର ସୁଯୋଗ ମଧ୍ୟ ନେବା ସେ ପାଇଁ ଆହ୍ଵାନ ଜଣାଇଥିଲେ ।

ଶେଷ ରେ ,ଚଳିତ ବର୍ଷ ପାଇଁ ଭଲ ପାଗ ,।ଭଲ ଫସଲ ଓ ଚାଷୀ ପରିବାରର ସମୃଦ୍ଧି ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିବା ସହ ମୁଖ୍ୟମନ୍ତ୍ରୀ ସରକାର ଙ୍କ କୋଭିଡ଼ ନିୟମ କୁ କଡା କଡି ଭାବରେ ପାଳନ କରିବା ପାଇଁ ସମସ୍ତ ଙ୍କୁ ପୁଣି ଥରେ ନିବେଦନ କରିଥିଲେ । ସୂଚନାଯୋଗ୍ୟ ଯେ କାଳିଆ ଯୋଜନା ରାଜ୍ୟ ସରକାରଙ୍କ ଶ୍ରେଷ୍ଠ କୃଷି କଲ୍ୟାଣ ଯୋଜନା । ଏହି ଯୋଜନା ରେ ଲଷ ଲଷ ଛୋଟ ଚାଷୀ ,ନାମ ମାତ୍ର ଚାଷୀ ଓ ଭୂମି ହୀନ ଚାଷୀ ପରିବାର ଉପକାର ପାଉଛନ୍ତି । କାଳିଆ ସହାୟତାରେ ଚାଷୀ କୃଷି ସାମଗ୍ରୀ କିଣବା ବେଳ ଭୂମି ହୀନ ଚାଷୀ ଛେଳି କୁକୁଡ଼ା ବତକ ପାଳନ ଆଦିରେ ବିନିଯୋଗ କରି ତା ପରିବାରର ରୋଜଗାର ବଢାଇଥାଏ ।

ଏହି କାର୍ଯ୍ୟକ୍ରମ ରେ କୃଷି ଓ କୃଷକ ସଶକ୍ତିକରଣ ଏବଂ ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ,କାଳିଆ ଯୋଜନା କିପରି କୋଭିଡ଼ ସମୟରେ ଚାଷୀ ପରିବାର ପାଇଁ ଉପାଦେୟ ସାବ୍ୟସ୍ତ ହୋଇପାରିଛି ତା ଉପରେ ଆଲୋକପାତ କରିଥିଲେ । ଏହି କାର୍ଯ୍ୟକ୍ରମରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ, ମୁଖ୍ୟମନ୍ତ୍ରୀଙ୍କ କାର୍ଯାଳୟର ମୁଖ୍ୟ ପରାମର୍ଶଦାତା, ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Share

Leave a Reply

Your email address will not be published. Required fields are marked *

three × three =