ଶ୍ରୀମନ୍ଦିର ଭିତରେ ବିଧିରକ୍ଷା, ସନ୍ଧ୍ୟାରେ ନିଷ୍ପତି

ଭୁବନେଶ୍ୱର() ରଥଯାତ୍ରା ସମ୍ପର୍କିତ ନୀତି ସମ୍ପର୍କରେ ଆଜି ସନ୍ଧ୍ୟାରେ ନିଷ୍ପତ୍ତି ନିଆଯିବ । ଆଜି ଅନୁଷ୍ଠିତ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏହା କହିଛନ୍ତି ଗଜପତି ମହାରାଜା । ଏ ବର୍ଷ ରଥଯାତ୍ରା ବନ୍ଦ ପାଇଁ ସୁପ୍ରିମକୋର୍ଟଙ୍କ ନିଦେ୍ର୍ଧଶ ପ୍ରସଙ୍ଗରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ପରେ ଗଜପତି ମହାରାଜା କହିଛନ୍ତି ଯେ, ସୁପ୍ରିମକୋର୍ଟଙ୍କ ନିଦେ୍ର୍ଧଶ ପୂର୍ଣ୍ଣମାତ୍ରାରେ ପାଳନ କରାଯିବ । ବାହାରେ ରଥଯାତ୍ରା ହୋଇପାରିବ ନାହିଁ ବୋଲି କୋର୍ଟ କହିଛନ୍ତି । ସେହିହେତୁ ଏ ବର୍ଷ ଗୁଣ୍ଡିଚା, ବାହୁଡ଼ା, ସୁନାବେଶ ବର୍ତ୍ତମାନ ସମ୍ଭବ ନୁହେଁ । ଏ ବର୍ଷ ଅଧରପଣା, ନୀଳାଦ୍ରିବିଜେ ମଧ୍ୟ ସମ୍ଭବ ନୁହେଁ । କରୋନା ପାଇଁ ଅତ୍ୟନ୍ତ ଦୁଃଖର ସହ ଏ ନିଷ୍ପତ୍ତି ନିଆଯାଇଛି ବୋଲି ଗଜପତି ମହାରାଜା କହିଛନ୍ତି ।

ପ୍ରକାଶ ଯେ,ଚଳିତ ବର୍ଷ ପୁରୀ ରଥଯାତ୍ରା ନେଇ ସୁପ୍ରିମକୋର୍ଟ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । ଏ ବର୍ଷ ପାଇଁ ରଥଯାତ୍ରାକୁ ସୁପ୍ରିମକୋର୍ଟ ବନ୍ଦ କରିଛନ୍ତି । ଏ ବର୍ଷ ରଥଯାତ୍ରା ହୋଇପାରିବ ନାହିଁ ବୋଲି ସୁପ୍ରମିକୋର୍ଟ କହିଛନ୍ତି । ଲୋକଙ୍କ ସୁରକ୍ଷା ଓ ଜନସ୍ୱାର୍ଥ ପାଇଁ ପାଇଁ ରଥଯାତ୍ରାକୁ ବନ୍ଦ ରଖାଯାଇଥିବା ସୁପ୍ରମିକୋର୍ଟ କହିଛନ୍ତି । କେବଳ ପୁରୀ ନୁହେଁ ଓଡ଼ିଶାର କେଉଁ ସ୍ଥାନରେ ବି ରଥଯାତ୍ରା ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି ।

Share

Leave a Reply

Your email address will not be published. Required fields are marked *

19 − nine =