ଜୁଲାଇ ୩୧ ଓ ଅଗଷ୍ଟ ୧ରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ବି ସକ୍ରିୟ ରହିଛି । ଲଘୁଚାପ ପ୍ରଭାବରୁ ଓଡ଼ିଶାରେ ମୌସୁମୀ ବାୟୁ ସକ୍ରିୟ ରହିଛି । ଏହାର ପ୍ରଭାବରେ ଅଧିକାଂଶ ଜିଲ୍ଲାରେ କିଛି ଦିନ ହେବ ବର୍ଷା ଲାଗି ରହିଛି । ସୁନ୍ଦରଗଡ଼,କେନ୍ଦୁଝର, କନ୍ଧମାଳ ଓ ମୟୁରଭଂଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି । ସେହିପରି ଆସନ୍ତା ୨୪ ଘଣ୍ଟା ପର‌୍ୟ୍ୟନ୍ତ ରାଜ୍ୟର ସୁନ୍ଦରଗଡ଼ ଓ କେନ୍ଦୁଝରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାଛଡ଼ା ବରଗଡ଼,ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ମୟୁରଭଞ୍ଜ,ସୋନପୁର, ନୂଆପଡ଼ା ଓ ବଲାଙ୍ଗୀରର ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ତେଣୁ ଏହି ସବୁ ଜିଲ୍ଲା ଗୁଡିକ ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଜୁଲାଇ ୩୧ରୁ ଅଗଷ୍ଟ ୧ ସୁଦ୍ଧା ପଶ୍ଚିମ-ଓଡ଼ିଶାର ସମ୍ବଲପୁର, ସୁନ୍ଦରଗଡ଼,ବରଗଡ଼,ନୂଆପଡ଼ା,ଝାରସୁଗୁଡ଼ା ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Share

Leave a Reply

Your email address will not be published. Required fields are marked *

fourteen + 13 =