୧୩ଟି ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ବର()  ୧୩ଟି ଜିଲ୍ଲାକୁ ସତର୍କ ସୂଚନା । ଏହି ସବୁ ଜିଲ୍ଲା ଗୁଡିକରେ କାଳବୈଶାଖୀ ବର୍ଷା ସହ ଧୂଳିଝଡ଼, ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେଣୁ ଅପରାହ୍ନ ୫ଟା ୧୫ ପର୍ୟ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ବରଗଡ଼, ସମ୍ବଲପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଜଗତସିଂହପୁର, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଗଜପତି ଓ ଗଞ୍ଜାମ।

ଅନ୍ୟପଟେ ଆଜି ମଧ୍ୟ ରାଜ୍ୟ ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ତେବେ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ମୌସୁମୀ ଓଡ଼ିଶାକୁ ଛୁଇଁବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Share

Leave a Reply

Your email address will not be published. Required fields are marked *

five × 2 =