ଭୁବନେଶ୍ୱରରେ ରାଷ୍ଟ୍ରପତି କୋବିନ୍ଦ

ଭୁବନେଶ୍ୱର()ଭୁବନେଶ୍ୱରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଶନିବାର ରାତି ୭ଟା ୧୫ରେ ସ୍ଥାନୀୟ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ କରିବା ପରେ ତାଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱାଗତ ଜଣାଇଛନ୍ତି ।

ରାଷ୍ଟ୍ରପତି ରାମନାଥ କୋବିନ୍ଦ ବିମାନବନ୍ଦରରୁ ସିଧାସଳଖ ରାଜଭବନ ଯିବେ। ସେଠାରେ ସେ ଆଜି ରାତ୍ରୀଯାପନ କରିବେ। ରାଷ୍ଟ୍ରପତି ରବିବାର ଭୁବନେଶ୍ୱର ଓ ଖୋର୍ଦ୍ଧାରେ ଆୟୋଜିତ ବିଭିନ୍ନ କାର୍ୟ୍ୟକ୍ରମରେ ଯୋଗଦେବାର କାର୍ୟ୍ୟକ୍ରମ ରହିଛି । କାଲି ରାଷ୍ଟ୍ରପତି ପାଇକ ବିଦ୍ରୋହ ସ୍ମାରକୀର କରିବେ ଶିଳ୍ୟାନାସ । ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍ ଜୁବୁଲି ଉତ୍ସବରେ ସାମିଲ ହେବାର କାର୍ୟ୍ୟକ୍ରମ ରହିଛି ।

Share

Leave a Reply

Your email address will not be published. Required fields are marked *

eleven − ten =