୨ରେ ଲଘୁଚାପ

ଆସନ୍ତା ୨ ତାରିଖରେ ଉତ୍ତରପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ ବଳୟ ସୃଷ୍ଟି ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହା ପ୍ରଭାବରେ ଓଡ଼ିଶା, ମଧ୍ୟପ୍ରଦେଶ, ଛତିଶଗଡ଼ ୪ରୁ ୫ ଦିନ ଧରି ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ତାହାକୁ ଦୃଷ୍ଟିରେ ରଖି ୧ରୁ ୩ ତାରିଖ ପର୍ୟ୍ୟନ୍ତ ଓଡ଼ିଶା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।

ସେପଟେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ରହିଛି। ଏହାର ପ୍ରଭାବରେ ଆଜି ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।। ଏଥିସହ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡ଼ା ଓ ଯାଜପୁର ଜିଲ୍ଲାରେ ବଜ୍ରପାତ ହେବାର ସମ୍ଭାବନା ରହିଛି ।

Share

Leave a Reply

Your email address will not be published. Required fields are marked *

five × two =