୩ରେ ଲଘୁଚାପ

ଭୁବନେଶ୍ୱର()  ଉତ୍ତର ପୂର୍ବ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ଲଘୁଚାପ ଦାନା ବାନ୍ଧୁଛି। ଆସନ୍ତା ୩ ତାରିଖରେ ଏହା ଘନୀଭୂତ ହେବାର ସମ୍ଭାବନା ରହିଛି। ଉତ୍ତର, ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାକୁ ବୁଡ଼ାଇବ। ଏହା ପ୍ରଭାବରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ସୋନପୁର, ବୌଦ୍ଧ, ସମ୍ବଲପୁର, ଝାରସୁଗୁଡା, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, ଯାଜପୁର, କଟକ, କେନ୍ଦ୍ରାପଡ଼ା ଜଗତ୍ସିଂହପୁର ଆଦି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପକୁ ଦୃଷ୍ଟିରେ ରଖି ଆସନ୍ତା ୪ ତାରିଖରୁ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯାଇଛି।

ସେହିଭଳି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । କନ୍ଧମାଳ, ନବରଙ୍ଗପୁର, କୋରାପୁଟ, ମାଲାକାନଗିରି ଓ ମୟୁରଭଞ୍ଜରେ ପ୍ରବଳ ବର୍ଷା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

Share

Leave a Reply

Your email address will not be published. Required fields are marked *

2 + 15 =