ସନ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ

କଟକ: ଘରୋଇ ହସ୍ପିଟାଲରେ ଅଗ୍ନିକାଣ୍ଡ । କଟକ କନିକା ଛକ ନିକଟରେ ସନ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ । ନିଆଁକୁ ଆୟତ୍ତ କରିବାକୁ ଦମକଳ ବାହିନୀର ପ୍ରୟାସ ସଫଳ ହୋଇଛି । ତେବେ ଅଗ୍ନିକାଣ୍ଡର କାରଣ ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଥିବା ବେଳେ ସର୍ଟସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି ।

ସୂଚନାନୁଯାୟୀ, କଟକ ତୁଳସୀପୁରରେ ଥିବା ‘ସନ୍’ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି । ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ନିଆଁ ଲିଭାଇବାରେ ସଫଳ ହୋଇଛି । ହାଇଡ୍ରୋଲିକ୍ ସିଡି ସହାୟତାରେ ରୋଗୀ ହସ୍ପିଟାଲ ମଧ୍ୟରୁ ଉଦ୍ଧାର କରା ଯାଇଥିଲା । ହସ୍ପିଟାଲରେ ନିଆଁ ଲାଗିବା ଯୋଗୁଁ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ରୋଗୀଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି । ଗୁରୁତର ଥିବା ରୋଗୀଙ୍କୁ ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ହସ୍ପିଟାଲରେ ନିଆଁ ଲାଗିବା ପରେ ଘଟଣାସ୍ଥଳରେ ଲୋକଙ୍କ ଭିଡ ଲାଗି ରହିଛି । ଘଟଣାସ୍ଥଳରେ କଟକ ଜିଲ୍ଲାପାଳ, ପୋଲିସ କମିଶନର ଓ ସିଏମସି କମିଶନର ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଛନ୍ତି । ଅଗ୍ନିକାଣ୍ଡ ଫଳରେ କେହି ମୃତାହତ ହୋଇନଥିବା ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ ସୂଚନା ଦେଇଛନ୍ତି ।

Share

Leave a Reply

Your email address will not be published. Required fields are marked *

nineteen − 18 =