Friday, October 30, 2026
Latestଜାତୀୟରାଜ୍ୟ

ଇଶାକଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଂଶସା

ନୂଆଦିଲ୍ଲୀ: ସମ୍ବଲପୁରର ଇସାକ ମୁଣ୍ଡାଙ୍କୁ ମନ୍ କି ବାତରେ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ କହିଛନ୍ତି ଦିନେ ଦିନ ମଜୁରିଆ ଥିବା ଇସାକ ମୁଣ୍ଡା ଆଜି ୟୁଟ୍ୟୁବ୍ ସେନସେସନ୍ ପାଲଟି ଯାଇଛନ୍ତି। ନିଜ ୟୁଟ୍ୟୁବ୍ ଚ୍ୟାନେଲ ମାଧ୍ୟମରେ ଅର୍ଥ ରୋଜଗାର କରୁଛନ୍ତି।

ତାଙ୍କ ଭିଡିଓରେ ସ୍ଥାନୀୟ ଖାଦ୍ୟ, ପାରମ୍ପରିକ ଖାଦ୍ୟ ପ୍ରସ୍ତୁତ କରିବାର ପ୍ରଣାଳୀ, ନିଜ ଗାଁ, ନିଜ ଜୀବନଶୈଳୀ ଓ ପରିବାର ସଂପର୍କରେ କହିଥାନ୍ତି। ଟେକ୍ନୋଲୋଜିକୁ ବ୍ୟବହାର କରି ଇସାକ ମୁଣ୍ଡା ଆଜି ୟୁଟ୍ୟୁବ୍ ସେନସେସନ୍ ହୋଇଯାଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ପ୍ରଶଂସା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଇସାକ ମୁଣ୍ଡା ସମସ୍ତଙ୍କ ପାଇଁ ପ୍ରେରଣା।

Share

Leave a Reply

Your email address will not be published. Required fields are marked *

10 + nine =