ମାଟ୍ରିକ ପରୀକ୍ଷା ନେଇ ଗୁରୁତ୍ୱପୂର୍ଣ୍ଣ ଘୋଷଣା

ଏପ୍ରିଲ ୨୯ରୁ ମେ ୬ ତାରିଖ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ଚାଲିବ । ହାଇସ୍କୁଲ ସାର୍ଟିଫିକେଟ , ମଧ୍ୟମା ପରୀକ୍ଷା ଏପ୍ରିଲ ୨୯ରୁ ଆରମ୍ଭ ହେବ । ସମ୍ମେଟିଭ୍ ଆସେସମେଣ୍ଟ ପରୀକ୍ଷା-୨ କରାଯିବ । ସମ୍ମେଟିଭ୍ ଆସେସମେଣ୍ଟ ପରୀକ୍ଷା-୨ ସବୁ ପିଲାଙ୍କ ପାଇଁ ବାଧ୍ୟତାମୂଳକ । ଯଥାସମ୍ଭବ ପରୀକ୍ଷାଗୁଡିକ ନିଜ ସ୍କୁଲରେ କରାଯିବ । ପରୀକ୍ଷା ପରିଚାଳନା ପାଇଁ ଅନ୍ୟ ସ୍କୁଲ ଶିକ୍ଷକ ନିଯୁକ୍ତ ହେବେ । ନିଜ ସ୍କୁଲରେ ନହୋଇ ପାରିଲେ ନିକଟବର୍ତ୍ତୀ ସ୍କୁଲରେ ପରୀକ୍ଷା ହେବ । ୩ଟି ପଦ୍ଧତିରେ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ଫଳ ନିର୍ଦ୍ଧାରଣ କରିବେ । ପ୍ରେସମିଟରେ ଏହି ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ।
ପ୍ରଥମ ପଦ୍ଧତି- ସମ୍ମେଟିଭ୍‌-୧ ଓ ଇଣ୍ଟରନାଲ ଆସେସମେଣ୍ଟର ୨ ଗୁଣ ।
୨ୟ ପଦ୍ଧତି- ସମ୍ମେଟିଭ୍‌-୨ର ମାର୍କ ୨ ଗୁଣ କରି ହିସାବ କରାଯିବ ।
୩ୟ ପଦ୍ଧତି- ଇଣ୍ଟରନାଲ ଆସେସମେଣ୍ଟର ୨୦ % , ସମ୍ମେଟିଭ୍‌-୧ରୁ ୩୦ %.. । ସମ୍ମେଟିଭ-୨ରୁ ୫୦ ପ୍ରତିଶତ ନିଆଯାଇ ମାର୍କିଂ କରାଯିବ । ଯେଉଁ ପଦ୍ଧତିରେ ଛାତ୍ରଛାତ୍ରୀ ସର୍ବାଧିକ ରଖିବେ , ସେଇଟି ଚୂଡାନ୍ତ ହେବ ।

Share

Leave a Reply

Your email address will not be published. Required fields are marked *

1 × 3 =