ସ୍ୱାଧୀନତା ସଂଗ୍ରାମର କର୍ଣ୍ଣଧାର ମହାତ୍ମା ଗାନ୍ଧୀ

ଭୁବନେଶ୍ୱର()  ଜାତିର ପିତା ମହାତ୍ମା ଗାନ୍ଧି ଓ ଦେଶର ଦ୍ୱିତୀୟ ପ୍ରଧାନମନ୍ତ୍ରୀ ଲାଲ ବାହଦୁର ଶାସ୍ତ୍ରୀଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି । ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ଜାତିର ପିତାଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଜଳି ଜ୍ଞାପନ କରିଛନ୍ତି । ବାପୁଙ୍କ ଫଟୋରେ ନବୀନ ପୁଷ୍ପମାଲ୍ୟ ଦେଇ ତାଙ୍କର ବଳିଷ୍ଠ ଅବଦାନକୁ ସ୍ମରଣ କରିଥିଲେ । ମୁଖ୍ୟମନ୍ତ୍ରୀ ନିଜ ଟ୍ୱିଟର ହ୍ୟାଣ୍ଡେଲରେ ଏକ ଭିଡିଓ ପୋଷ୍ଟ କରି ଲେଖିଛନ୍ତି ଯେ, ସ୍ୱାଧୀନତା ସଂଗ୍ରାମର କର୍ଣ୍ଣଧାର ତଥା ସତ୍ୟ ଓ ଅହିଂସାର ପ୍ରତୀକ ହେଉଛନ୍ତି ମହାତ୍ମା ଗାନ୍ଧୀ ।ବିଶ୍ୱରେ ଶାନ୍ତି ପ୍ରତିଷ୍ଠା ସହ ଲୋକଙ୍କ କଲ୍ୟାଣରେ ତାଙ୍କ ପ୍ରଦର୍ଶିତ ମାର୍ଗ ସର୍ବଦା ସହାୟକ । 

ସେପଟେ ବିଧାନସଭା ପରିସରରେ ଥିବା ଗାନ୍ଧି ପ୍ରତିମୂର୍ତ୍ତିରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

Share

Leave a Reply

Your email address will not be published. Required fields are marked *

fifteen + eight =