୨୨ରୁ ୨୯ ଲକ ଡାଉନ୍

ଭୁବନେଶ୍ବର() ଗତ ଦୁଇ ମାସ ମଧ୍ୟରେ ଦୁନିଆ ବଦଳି ଯାଇଛି। ରାଜନୀତି, ଅର୍ଥନୀତି ସବୁ କିଛି ପଛରେ ପକାଇ ସ୍ବାସ୍ଥ୍ୟ ସମସ୍ୟା ସାରା ବିଶ୍ବ ପାଇଁ ଏକ ବହୁତ ବଡ ଆହ୍ବାନ ସୃଷ୍ଟି କରିଛି। ଚୀନ ଓ ସାଉଥ କୋରିଆ ଠାରୁ ଆରମ୍ଭ କରି ନିକଟରେ ଆମେରିକା, ବ୍ରିଟେନ ଓ ଅନ୍ୟ ଇରୋପୀୟ ଦେଶ ମାନଙ୍କ ପାଇଁ କରୋନା ଭାଇରସ୍‌ ଗୁରୁତର ସମସ୍ୟା ସୃଷ୍ଟି କରିଛି।
ବର୍ତ୍ତମାନ ଏହି ଭାଇରସ ଭାରତରେ ମଧ୍ୟ ପହଞ୍ଚି ଯାଇଛି। ଭାରତରେ କୋଭିଡ- 19 ରୋଗୀଙ୍କ ସଂଖ୍ୟା ବଢୁଛି । ଏହି ଭାଇରସ୍‌ ବାହାରୁ ଆସିଛି । ଏହାର କୌଣସି ନିର୍ଦ୍ଦିଷ୍ଟ ଚିକିତ୍ସା ନାହିଁ । କେବଳ ସଚେତନତା ଦ୍ବାରା ହିଁ ଏହାକୁ ରୋକାଯାଇ ପାରିବ। ତେଣୁ ମୋର ଅନୁରୋଧ ଆପଣମାନେ ଘରେ ରୁହନ୍ତୁ। ଘରେ ରହିଲେ ଆପଣ ଓ ଆପଣଙ୍କ ପରିବାର ସୁରକ୍ଷିତ ରହିପାରିବେ। ଏ ଭାଇରସ୍‌କୁ ଆପଣଙ୍କ ଘରେ ପଶିବାକୁ ଦିଅନ୍ତୁ ନାହିଁ।
ଏହି strategyକୁ ପାଳନ କରି ଚୀନର ଉହାନ୍‌ ପ୍ରଦେଶ କରୋନା ଭାଇରସ୍‌କୁ ହରାଇ ଦେଇପାରିଛି । ବର୍ତ୍ତମାନ ସମୟ ଆସିଛି ଆମେ ମଧ୍ୟ ଏହି strategyକୁ ଆପଣେଇବା। ଘରେ ରହିବା। କେବଳ essential commodity ସଂଗ୍ରହ ପାଇଁ ବାହାରକୁ ଯିବା। ତା ହେଲେ ଆମେ ମଧ୍ୟ ଏ ଯୁଦ୍ଧ ଜିତିପାରିବା।
ଆଗାମୀ ସପ୍ତାହ ଆମ ପାଇଁ ଖୁବ ଗୁରୁତ୍ବପୂର୍ଣ୍ଣ। ଗତ କିଛି ଦିନ ମଧ୍ୟରେ ବିଦେଶରୁ ୩୦୦୦ରୁ ଅଧିକ ଲୋକ ଓଡିଶାକୁ ଫେରିଛନ୍ତି। ସେମାନଙ୍କ ମଧ୍ୟରୁ ୭୦ ପ୍ରତିଶତ ହେଉଛନ୍ତି ଖୋର୍ଦ୍ଧା, ଗଞ୍ଜାମ, କଟକ, କେନ୍ଦ୍ରାପଡା ଓ ଅନୁଗୁଳ ଜିଲ୍ଲାର। ତେଣୁ ପ୍ରଥମ ପର୍ଯ୍ୟାୟରେ ଏହି ୫ଟି ଜିଲ୍ଲାର ସବୁ ସହର ଓ ସବୁ ଗାଁ ସହିତ ସମ୍ବଲପୁର, ଝାରସୁଗୁଡା, ବାଲେଶ୍ବର, ରାଉରକେଲା, ଭଦ୍ରକ, ପୁରୀ, ଯାଜପୁର ରୋଡ ଏବଂ ଯାଜପୁର ଟାଉନରେ ୨୨ ମାର୍ଚ୍ଚ ରବିବାର ସକାଳ ୭ଟା ରୁ ୨୯ ମାର୍ଚ୍ଚ ରାତି ୯ଟା ପର୍ଯ୍ୟନ୍ତ ପ୍ରାୟ ସଂପୂର୍ଣ୍ଣ (Near Total ) Lock Down କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି କରିଛନ୍ତି ।
ଏହି Lock Down ସମୟରେ କେବଳ ବସ୍‌, ଟ୍ରେନ୍‌ ଓ ବିମାନ ସେବା ସହିତ ସଉଦା ଦୋକାନ, ପରିବା ଦୋକାନ, ମାଛ, ମାଂସ, ଅଣ୍ଡା, ଚିକେନ୍‌, ପେଟ୍ରୋଲ ପମ୍ପ ଏବଂ ମେଡିସିନ୍‌ ଦୋକାନ ଆଦି ଖୋଲା ରହିବ। ଅତ୍ୟାବଶ୍ୟକ ଦ୍ରବ୍ୟର wholesale market ମଧ୍ୟ ଖୋଲା ରହିବ।
ସେହିପରି ଏସବୁ ଅଞ୍ଚଳରେ ଡାକ୍ତରଖାନା, ବ୍ୟାଙ୍କ, ATM, ମ୍ୟୁନିସ୍‌ପାଲଟି ସେବା, ପୋଲିସ, ଅଗ୍ନିଶମ ସେବା, ODRAF, ପାନୀୟ ଜଳ ଓ ବିଦ୍ୟୁତ ସେବା ଆଦି ଜାରି ରହିବ। ପ୍ରଶାସନିକ କାର୍ଯ୍ୟାଳୟ ଗୁଡିକ ମଧ୍ୟ ଖୋଲା ରହିବ।
ସାଢେ ଚାରି କୋଟି ଓଡିଶାବାସୀ ମୋର ପରିବାର। ପ୍ରତିଟି ଓଡିଶାବାସୀଙ୍କ ଜୀବନ ମୋ ପାଇଁ ମୂଲ୍ୟବାନ । ମୋର ଅନୁରୋଧ, ସରକାରଙ୍କ ନିଷ୍ପତ୍ତିରେ ଆପଣମାନେ ସହଯୋଗ କରନ୍ତୁ । ନିଜର, ନିଜ ପରିବାର ଓ ବନ୍ଧୁମାନଙ୍କ ମଙ୍ଗଳ ପାଇଁ ଘରେ ରୁହନ୍ତୁ।
ଲୋକଙ୍କ ସ୍ବାର୍ଥ ପାଇଁ ସରକାର କରିଥିବା ଏହି କଟକଣାକୁ ଯିଏ ଭାଙ୍ଗିବାକୁ ଚେଷ୍ଟା କରିବ ତା ବିରୋଧରେ କଠୋର ପଦକ୍ଷେପ ନେବାକୁ ମୁଁ ପୋଲିସକୁ ନିର୍ଦ୍ଦେଶ ଦେଇଛି।

Share

Leave a Reply

Your email address will not be published. Required fields are marked *

6 + eighteen =