ପ୍ରତିଟି ଜୀବନ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ

 ଭୁବନେଶ୍ବର() ବଙ୍ଗୋପସାରରେ ସୃଷି ବାତ୍ୟା ଅମ୍ଫାନର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀଙ୍କ ସହ ସମୀକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀ ପ୍ରଭାବିତ ହେବାକୁ ଥିବା ୧୨ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହ ମଧ୍ୟ ଆଲୋଚନା କରିଛନ୍ତି । ଗଂଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର, ମୟୁରଭଂଜ, ଯାଜପୁର, କଟକ, ଖୋଦ୍ର୍ଧା, ନୟାଗଡ ଓ ଗଜପତି ଜିଲ୍ଲା ପ୍ରଭାବିତ ହେବାର ଆଶଙ୍କା ରହିଛି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପ୍ରତିଟି ଜୀବନ ଆମ ପାଇଁ ମୂଲ୍ୟବାନ । ଏହାକୁ ଦୃଷ୍ଟିରେ ରଖି ମୁକାବିଲା ଯୋଜନା ପ୍ରସ୍ତୁତ କରାଯିବା ଉପରେ ଗରୁତ୍ୱାରୋପ କରିଛନ୍ତି ମୁଖ୍ୟମନ୍ତ୍ରୀ । ଓଡିଶାବାସୀ ମହାବାତ୍ୟା ଠାରୁ ଆରମ୍ଭ କରି ଫ୍ନି, ତିତଲି, ବୁଲବୁଲ, ଫାଇଲିନ, ହୁଡହୁଡ ଆଦି ଅନେକ ବାତ୍ୟାର ସଫଳତାର ସହ ମୁକାବିଲା କରିଆସିଛନ୍ତି । ତେଣୁ ଆତଙ୍କିତ ନହୋଇ ଅମ୍ଫାନର ମୁକାବିଲା କରିବା ପାଇଁ ସରକାରଙ୍କ ସହ ସହଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି । ଏନଡିଆରଏଫ, ଓଡ୍ରାଫ ଓ ଅଗ୍ନିଶମ ବାହିନୀକୁ ସଜାଗ ରଖିବା ସହ ବିପଦଶଙ୍କୁଳ ଅଂଚଳର ଜନସାଧାରଣଙ୍କୁ ସୁରକ୍ଷିତ ସ୍ଥାନାନ୍ତରିତ କରିବା ପାଇଁ ଯୋଜନା ପ୍ରସ୍ତୁତି ସହ ବାତ୍ୟା ପରେ ରାସ୍ତା, ବିଜୁଳି ଓ ପାନୀୟଜଳ ଯୋଗାଣ ସ୍ୱାଭାବିକ କରିବା ପାଇଁ ବିକଳ୍ପ ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏଥିପାଇଁ ପୂତ୍ର୍ତ, ଶକ୍ତି, ପଂଚାୟତିରାଜ ଓ ପାନୀଜ ଜଳଯୋଗାଣ ଏବଂ ନଗର ଉନ୍ନୟନ ବିଭାଗ ସମନ୍ୱୟ ରଖି କାମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଏହି ସମୟରେ ମାଛ ଧରା କାର୍ଯ୍ୟକୁ ସମ୍ପୁର୍ଣ୍ଣ ଭାବେ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ରାଜ୍ୟ ପ୍ରଶାସନ ବତ୍ର୍ତମାନ କୋଭିଡ ୧୯ ରୋଗ ନିୟନ୍ତ୍ରଣରେ ସଫଳତାର ସହ କାମ କରିଚାଲିଥିବାରୁ ମୁଖ୍ୟମନ୍ତ୍ରୀ ତୃଣମୂଳ ସ୍ତରରୁ ଆରମ୍ଭ କରି ସବୋର୍ଚ୍ଚ ସ୍ତର ପର୍ଯ୍ୟନ୍ତ ଟିମ ଓଡିଶାର ସମସ୍ତ ସଦସ୍ୟଙ୍କୁ ସେମାନଙ୍କ ନିଷ୍ଠା ଓ ଉତ୍ସର୍ଗୀକୃତ ମନୋଭାବ ପାଇଁ ଧନ୍ୟବାଦ ଜଣାଇଛନ୍ତି । ବାତ୍ୟା ମୁକାବିଲା ପାଇଁ ଓଡ୍ରାଫ ଓ ଏନଡିଆରଏଫ ଟିମକୁ ସମ୍ବେଦନଶୀଳ ଅଂଚଳରେ ଅବସ୍ଥାପିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ବୈଠକରେ ବାତ୍ୟା ପ୍ରସ୍ତୁତି ନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ସୂଚନା ଦେଇ କହିଥିଲେ ଯେ, ଅମ୍ଫାନର ମୁକାବିଲା ପାଇଁ କେନ୍ଦ୍ର କ୍ୟାବିନେଟ ସଚିବଙ୍କ ସହିତ ତାଙ୍କର ଆଜି ଆଲୋଚନା ହୋଇଛି । ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ଅମ୍ଫାନର ମୁକାବିଲା ପାଇଁ ସମ୍ପୁର୍ଣ୍ଣ ପ୍ରସ୍ତୁତ ରହିଛି ।

ସେହିପରି ଏହି ବାତ୍ୟା ଯୋଗୁ ଅଧିକ ପ୍ରଭାବିତ ହେବାକୁ ଥିବା ଚାରୋଟି ଜିଲ୍ଲାରେ ଏକ ଲକ୍ଷ ହେକ୍ଟର ରବି ଫସଲ ଓ ପନିପରିବା ପ୍ରଭାବିତ ହେବାର ଆଶଙ୍କା ଦେଖାଦେଇଛି । ତେଣୁ ଚାଷୀମାନଙ୍କୁ ଏ ସମ୍ପର୍କରେ ବ୍ୟାପକ ଭାବେ ସଚେତନ କରାଯିବା ଉପରେ ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା ।

ବାତ୍ୟା ଅମ୍ଫାନର ମୁକାବିଲା ପାଇଁ ୧୧ ଲକ୍ଷ ଲୋକ ରହିପାରିବା ଭଳି ୫୬୭ ବାତ୍ୟା ଆଶ୍ରୟସ୍ଥଳ ଏବଂ ୭ହଜାର ପକ୍କା ଘର ପ୍ରସ୍ତୁତ ରଖାଯାଇଛି । ଏହାସହିତ ୩ଟି ଏନଡିଆରଏଫ ଓ ୧୨ଟି ଓଡ୍ରାଫ ଟିମ୍‌ ଏବଂ ୩୫୫ ୟୁନିଟ ଅଗ୍ନିଶମସେବା ବାହିନୀ ମୁତୟନ କରାଯାଇଛି ବୋଲି ସ୍ୱତନ୍ତ୍ର ରିଲିଫ କମିଶନର ସୂଚନା ଦେଇଛନ୍ତି।

ଫାରତୀୟ ପାଣିପାଗ ବିଭାଗ ପକ୍ଷରୁ ବୈଠକରେ ସୂଚନା ଦିଆଯାଇଥିଲା ଯେ, ଅମ୍ଫାନ ପ୍ରଭାବରେ ମେ ୧୮ ତାରିଖରୁ ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବା ସହିତ ୧୯ ଓ ୨୦ ଦୁଇ ଦିନ ଧରି ଉପକୂଳ ଓଡିଶାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି । ଏହାସହିତ ପବନର ବେଗ ଘଣ୍ଟାକୁ ୯୫ କିଲୋମିଟର ଏବଂ ସ୍ଥଳ ବିଶେଷରେ ଏହାଠାରୁ ଅଧିକ ହୋଇପାରେ ବୋଲି ସୂଚନା ଦିଆଯାଇଥିଲା । ଏହି ବାତ୍ୟାରେ ରାଜ୍ୟର ୧୨ଟି ଜିଲ୍ଲା ପ୍ରଭାବିତ ହେବାର ଆଶଙ୍କା ରହିଛି ।

ତେଣୁ ଡାକ୍ତରଖାନା ସହିତ ବିଦ୍ୟୁତ ସରବରାହ ନିରନ୍ତର ଜାରି ରଖାଯିବା, ସହାରାଞ୍ଚଳରେ ଜଳ ଆବଦ୍ଧ ଭଳି ସମସ୍ୟାର ଦୂରୀକରଣ ଆଦି ବିଷୟରେ ଆଲୋଚନା କରାଯାଇଥିଲା ।

Share

Leave a Reply

Your email address will not be published. Required fields are marked *

four × 4 =