ଗଜପତିରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟକାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଗଜପତି: ସ୍ୱାସ୍ଥ୍ୟ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତି । ସମସ୍ତଙ୍କ ସ୍ୱାସ୍ଥ୍ୟ ଆମ ଲାଗି ଗୁରୁତ୍ୱପୂର୍ଣ୍ଣ । ଏଭଳି ସ୍ଲୋଗାନ ଦେଇଥିବା ପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୋଟିଏ ପରେ ଗୋଟିଏ ଜିଲ୍ଲା ସ୍ମାର୍ଟକାର୍ଡ ବାଣ୍ଟିଛନ୍ତି । ଏହି ଅବସରରେ ସାମିଲ ହୋଇଛି ଗଜପତି ଜିଲ୍ଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କରିଛନ୍ତି । ପାରଳାଖେମୁଣ୍ଡିଠାରେ ଆୟୋଜିତ ଏକ କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ହିତାଧିକାରୀଙ୍କୁ ଏହି ସ୍ମାର୍ଟ କାର୍ଡ ବଂଟନ କରିଛନ୍ତି । ଗଜପତି ଜିଲ୍ଲାରେ ବିଏସକେୱାଇ ସ୍ମାର୍ଟ ହେଲ୍ଥ କାର୍ଡରେ ମୋଟ ୧ ଲକ୍ଷ ୩୪ ହଜାର ପରିବାର ଉପକୃତ ହେବେ ।

ଗଜପତି ଜିଲ୍ଲାରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ ମଧ୍ୟ କରିଛନ୍ତି ମୁଖ୍ୟମନ୍ତ୍ରୀ । ୮୨୦ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଗଜପତି ଜିଲ୍ଲା ତାଙ୍କ ପାଇଁ ସ୍ୱତନ୍ତ୍ର । ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନରେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଅବଦାନକୁ ଭୁଲି ହେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଜିଲ୍ଲାର ମହେନ୍ଦ୍ରଗିରିକୁ ଏକ ପ୍ରମୁଖ ପର୍ୟ୍ୟଟନ ସ୍ଥଳୀ ଭାବେ ବିକାଶ କରାଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

Share

Leave a Reply

Your email address will not be published. Required fields are marked *

eighteen − sixteen =