କାଲିଠୁ ସବୁ ସହରାଞ୍ଚଳରେ ଲାଗୁ ନାଇଟ କର୍ଫ୍ୟୁ

ଭୁବନେଶ୍ୱର: କରୋନା କଟକଣା ନେଇ ମୁଖ୍ୟ ଶାସନ ସଚିବଙ୍କ ବଡ଼ ଘୋଷଣା | ୧୦ ଜିଲ୍ଲାରେ ନାଇଟ କର୍ଫ୍ୟୁ ସମୟ ପରିବର୍ତ୍ତନ କରାଗଲା |ଏଥି ସହିତ ୧୦ ଜିଲ୍ଲାର ସମସ୍ତ ସହରାଞ୍ଚଳରେ ସନ୍ଧ୍ୟା ୬ରୁ ସକାଳ ୫ ନାଇଟ କର୍ଫ୍ୟୁ | ଅନ୍ୟ ସମସ୍ତ ୨୦ ଜିଲ୍ଲାର ସହରାଞ୍ଚଳରେ ମଧ୍ୟ ନାଇଟ କର୍ଫ୍ୟୁ ଲାଗୁହେବ | ନେଇ ସାମ୍ବଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ।

ଛତିଶଗଡ଼ ସୀମାନ୍ତ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, କୋରାପୁଟ, ନବରଙ୍ଗପୁର ଏବଂ ମାଲକାନଗିରିର ସହରାଞ୍ଚଳରେ ଆସନ୍ତାକାଲିଠାରୁ ରାତ୍ରୀକାଳୀନ କର୍ଫ୍ୟୁ ସମୟ ପରିବର୍ତ୍ତନ ହେବ । ୧୦ ଜିଲ୍ଲାର ସହରାଞ୍ଚଳରେ ସନ୍ଧ୍ୟା ୬ଟାରୁ ଭୋର୍ ୫ଟା ଯାଏ ନାଇଟ୍ କର୍ଫ୍ୟୁ ଲାଗୁ ହେବ । ଏହାବ୍ୟତୀତ ଓଡ଼ିଶାର ଅନ୍ୟ ୨୦ ଜିଲ୍ଲାର ସମସ୍ତ ସହରାଞ୍ଚଳରେ ରାତ୍ରୀକାଳୀନ କର୍ଫ୍ୟୁ ଲାଗୁ ହେବ । ସମସ୍ତ ସହରାଞ୍ଚଳରେ ରାତ୍ରୀକାଳୀନ କର୍ଫ୍ୟୁ ରାତି ୯ଟାରୁ ସକାଳ ୫ଟା ଯାଏ ଆସନ୍ତାକାଲି ଠାରୁ ଲାଗୁ ହେବ ।

ଛତିଶଗଡ଼ ଓ ଝାଡ଼ଖଣ୍ଡ ସୀମାନ୍ତରେ ଥିବା ୧୦ ଜିଲ୍ଲାର ସହରାଞ୍ଚଳରେ ସପ୍ତାହନ୍ତ ସଟଡାଉନ୍ କରାଯିବ । ପ୍ରତି ଶନିବାର ଓ ରବିବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, କୋରାପୁଟ, ନବରଙ୍ଗପୁର ଏବଂ ମାଲକାନଗିରିର ସହରାଞ୍ଚଳରେ ସପ୍ତାହନ୍ତ କର୍ଫ୍ୟୁ ଲାଗୁ ହେବ । ଆସନ୍ତା ଶନିବାର ଓ ରବିବାର ଠାରୁ ଏହି ସାପ୍ତାହିକ ସଟଡାଉନ୍ ଲାଗୁ ହେବ ବୋଲି ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି ।ତେବେ ନାଇଟ କର୍ଫ୍ୟୁ ଏବଂ ସପ୍ତାହନ୍ତ କର୍ଫ୍ୟୁ ସମୟରେ ଅତ୍ୟାବଶ୍ୟକୀୟ ସେବା ଜାରି ରହିବ |

Share

Leave a Reply

Your email address will not be published. Required fields are marked *

19 + 18 =