ରାମଚନ୍ଦ୍ର ବେହେରାଙ୍କୁ ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର

ଭୁବନେଶ୍ୱର : ଓଡ଼ିଶା ସାହିତ୍ୟ ଏକାଡେମୀର ୨୮ତମ ପୁରସ୍କାର ବିତରଣ ଉତ୍ସବରେ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର ବିଶିଷ୍ଟ କଥାଶିଳ୍ପୀ ତଥା ସାରସ୍ୱତ ସାଧକ ଡ. ରାମଚନ୍ଦ୍ର ବେହେରାଙ୍କୁ ପ୍ରଦାନ କରାଯାଇଛି। ସ୍ଥାନୀୟ ସଂସ୍କୃତି ଭବନଠାରେ ନିରାଡମ୍ବର ଭାବେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ। ଡ. ବେହେରାଙ୍କୁ ମାନପତ୍ର, ପୁଷ୍ପଗୁଚ୍ଛ ଏବଂ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଚେକ୍ ଆକାରରେ ପ୍ରଦାନ କରାଯାଇଥିଲା। ଏଥି ସହିତ ସାରସ୍ୱତ ସାଧନା ଓ ଓଡ଼ିଆ ବାଣୀ ଭଣ୍ଡାରକୁ ଉଲ୍ଲେଖନୀୟ ଯୋଗଦାନ ନିମନ୍ତେ ୧୫ ଜଣ ବୟୋଜ୍ୟେଷ୍ଠ ସାରସ୍ୱତ ସାଧକ/ସାଧିକାଙ୍କୁ ମଧ୍ୟ ମାନପତ୍ର, ଉପଢୌକନ ଓ ଏକ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ରାଶି ପ୍ରଦାନ କରାଯାଇଛି।

Share

Leave a Reply

Your email address will not be published. Required fields are marked *

three + thirteen =