ଆଉ ଏକ ଲଘୁଚାପ

ଭୁବନେଶ୍ୱର: ପୁଣି ଆସୁଛି ଆଉ ଏକ ଲଘୁଚାପ। ଗତକାଲି ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଏକ ଘୂର୍ଣ୍ଣିବଳୟ । ଏହା ଘନୀଭୂତ ହୋଇ ୨୪ ଘଣ୍ଟାରେ ଲଘୁଚାପ ରୂପ ନେବ।ବଙ୍ଗୋପସାଗରରେ ଏ ମାସରେ ଏହା ହେଉଛି ଚତୁର୍ଥ ଲଘୁଚାପ । ଆସନ୍ତା ୨୯ ଓ ୩୦ ତାରିଖରେ ଏହା ତାମିଲନାଡୁ ଉପକୂଳ ଛୁଇଁବ । ଏହାର ପ୍ରଭାବରେ ୨୯ରୁ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପାଗ ମେଘୁଆ ସହ ବର୍ଷା ସମ୍ଭାବନା ରହିଛି । ତେବେ ଓଡ଼ିଶା ଉପରେ ଲଘୁଚାପର ବିଶେଷ ପ୍ରଭାବ ରହିବନି ବୋଲି ପାଣିପାଗ ବିଶେଷଜ୍ଞ ସୂଚନା ଦେଇଛନ୍ତି ।

ଡିସେମ୍ବର ପ୍ରଥମ ସପ୍ତାହରେ ଥାଇଲାଣ୍ଡ ସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇ ବଙ୍ଗୋପସାଗରକୁ ଆସିବାର ସମ୍ଭାବନା ରହିଛି ବୋଲି ମଧ୍ୟ ସେ ପୂର୍ବାନୁମାନ କରାଯାଇଛି । ଡିସେମ୍ବର ପ୍ରଥମ ସପ୍ତାହରେ ପାଗ ପରିବର୍ତ୍ତନର ସମ୍ଭାବନା ରହିଛି । ତେଣୁ ନଭେମ୍ବର ସୁଦ୍ଧା ଚାଷୀମାନେ ଧାନ ଅମଳ କରିଦେବାକୁ ସେ ପରାମର୍ଶ ଦିଆଯାଇଛି।

Share

Leave a Reply

Your email address will not be published. Required fields are marked *

ten − three =