ଆଜିଠୁ ବଦଳିବ ପାଣିପାଗ

ଭୁବନେଶ୍ୱର: ଆଜିଠୁ ବଦଳିବ ପାଣିପାଗ । ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଥିଲା । ତେବେ ଆଜିଠୁ ରାଜ୍ୟର ପାଣିପାଗ ବଦଳିବ । ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ କିଛି ସ୍ଥାନରେ ଶୁଖିଲା ପାଗ ରହିବ । ୧୭ ତାରିଖରୁ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରବାବ ସମ୍ଭାବନା ଥିବା ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଆସନ୍ତାକାଲି ଏହା ଆଣ୍ଡାମାନ ଉପକୂଳରେ ପହଂଚିବ । ସେହିପରି ଅବପାତର ରୂପ ନେଇ ୧୮ ତାରିଖ ସଂଧ୍ୟାରେ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ତେବେ ଏହା ଉପକୂଳ ଅତିକ୍ରମ କରିବା ସମୟରେ ଅଧିକ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେଇପାରେ । ଫଳରେ ଆନ୍ଧ୍ର ଉପକୂଳ ଏବଂ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଗଞ୍ଜାମ, ଗଜପତି, ପୁରୀ, ରାୟଗଡା, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।

Share

Leave a Reply

Your email address will not be published. Required fields are marked *

five × five =