ବାଚସ୍ପତିଙ୍କ ଉପରକୁ ଚପଲ ଫିଙ୍ଗିଲେ ବିରୋଧି

ଭୁବନେଶ୍ୱର: ବିଧାନସଭାରେ ବିଜେପି ସଦସ୍ୟଙ୍କ ହୋହଲ୍ଲା |ବାଚସ୍ପତିଙ୍କ ପୋଡିୟମ ଉପରକୁ ଚପଲ, ହେଡ଼ଫୋନ ଓ କାଗଜ ଫିଙ୍ଗିଲେ ବିରୋଧି |ଗୃହକୁ ଅପରାହ୍ନ ୪ତା ପର୍ଯ୍ୟନ୍ତ ମୁଲତବି ଘୋଷଣା କଲେ ବାଚସ୍ପତି | ଲୋକାୟୁକ୍ତ ସଂଶୋଧନ ବିଲକୁ ବିରୋଧ କରି ଏଭଳି କରିଛନ୍ତି ବିରୋଧୀ ଦଳ ସଦସ୍ୟ । ବିନା ଆଲୋଚନାରେ ବିଲ୍ ପାସ କରିଥିବାରୁ ବିରୋଧ କରି ଚପଲ ଫିଙ୍ଗିଥିବା ଅଭିଯୋଗ ହୋଇଛି । ବିରୋଧୀ ଦଳ ନେତାଙ୍କୁ କହିବାକୁ ସୁଯୋଗ ଦିଆଯାଇନଥିବା ଅଭିଯୋଗ । ହୋ ହାଲ୍ଲା ଭିତରେ ବିରୋଧୀ ସଦସ୍ୟ ବାଚସ୍ପତିଙ୍କ ଉପରକୁ ଚପଲ ଫିଙ୍ଗାଯାଇଥିବା କହିଛନ୍ତି ବିରୋଧୀ ସଦସ୍ୟ ମୋହନ ମାଝୀ । ତେବେ ବିଜେପି ବିଧାୟକ ବିଷ୍ଣୁ ସେଠୀ ଓ ଜୟନାରାୟଣ ମିଶ୍ର ଚପଲ ଫିଙ୍ଗିଥିବା ନେଇ ଅଭିଯୋଗ ସାମ୍ନାକୁ ଆସିଛି ।

ଅନ୍ୟପକ୍ଷେ ବିଷ୍ଣୁ ସେଠୀ ଏହି ଅଭିଯୋଗକୁ ଅସ୍ୱୀକାର କରିବା ସହ କହିଛନ୍ତି ମୁଁ ହେଡଫୋନ ଫିଙ୍ଗିଛି । କେହି ନୂଆ ବିଧାୟକ ଚପଲ ଫିଙ୍ଗିଥିବେ । ମଣିଷକୁ ବାଧିଲେ ଯାହା ପାରିବ ତାହା କରିବ । ସାମ୍ବିଧାନିକ ବ୍ୟବସ୍ଥାକୁ ବାଚସ୍ପତି ପାଳନ କରୁନାହାନ୍ତି ବୋଲି ଅଭିଯୋଗ କରିଛନ୍ତି ବିଷ୍ଣୁ ।

Share

Leave a Reply

Your email address will not be published. Required fields are marked *

3 × 5 =