ଭୁବନେଶ୍ୱରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ଭୁବନେଶ୍ୱର : ତିନି ଦିନିଆ ଗସ୍ତରେ ଆସି ଆଜି ସଂଧ୍ୟାରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏକ ସ୍ୱତନ୍ତ୍ର ବାୟୁସେନା ବିମାନ ଯୋଗେ ଆସି ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେପହଞ୍ଚିଛନ୍ତି ରାଷ୍ଟ୍ରପତି । ଏହି ସମୟରେ ବିମାନବନ୍ଦରରେ ରାଜ୍ୟପାଳ ଗଣେଶିଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦୁଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀ ଉପସ୍ଥିତ ରହିଥିଲେ । ରାଷ୍ଟ୍ରପତିଙ୍କୁ ସ୍ୱାଗତ ଦେବା ପାଇଁ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହିଥିଲେ । ବିମାନବନ୍ଦରରୁ ରାଜଭବନ ପର୍ଯ୍ୟନ୍ତ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା । ବିମାନବନ୍ଦରରୁ କଡ଼ା ସୁରକ୍ଷା ବ୍ୟବସ୍ଥାରେ ରାଷ୍ଟ୍ରପତି ରାଜଭବନ ଆସିଛନ୍ତି । ସେଠାରେ ଆଜି ରାତ୍ରିଯାପନ କରିବେ ରାଷ୍ଟ୍ରପତି । ଆସନ୍ତାକାଲି ରାଷ୍ଟ୍ରପତି ରାଉରକେଲା ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି ।

Share

Leave a Reply

Your email address will not be published. Required fields are marked *

1 × three =