ତିନି ରଥର ଆଜି ଦକ୍ଷିଣ ମୋଡ଼

ପୁରୀ: ରଥଯାତ୍ରା ଦିନଠାରୁ ଶ୍ରୀଗୁଣ୍ଡିଚା ମନ୍ଦିର ଜୟବିଜୟ ଦ୍ବାର ସମ୍ମୁଖରେ ଅଟକି ରହିଥିବା ତିନି ରଥ ଆଜି ଦକ୍ଷିଣମୋଡ଼ ନେବେ। ନାକଚଣା ଦ୍ବାରସ୍ଥିତ ଶରଧାବାଲିରେ ବିଜେ କରିବେ। ଏଥିପାଇଁ ପ୍ରସ୍ତୁତିପର୍ବ ଆରମ୍ଭ ହୋଇଯାଇଛି। ନାକଚଣା ଦ୍ବାର ସମ୍ମୁଖ ଶରଧାବାଲିକୁ ସଫାସୁତରା କରାଯାଇଛି। ବାଲି ବିଛାଯାଇ ସମତୁଲ କରାଯାଇଛି। ଆଜି ସେବାୟତ ଓ ପୁଲିସ ବଳଙ୍କ ସହଯୋଗରେ ତିନି ରଥକୁ ନାକଚଣା ଦ୍ବାର ସମ୍ମୁଖ ଶରଧାବାଲିକୁ ନିଆଯିବ। ରଥଯାତ୍ରା ପରଠାରୁ ତିନି ରଥ ଉତ୍ତରମୁହାଁ ହୋଇ ରହିଥାନ୍ତି। ବାହୁଡ଼ାଯାତ୍ରା ପୂର୍ବପ୍ରସ୍ତୁତି ସ୍ବରୂପ ତିନି ରଥକୁ ଦକ୍ଷିଣମୋଡ଼ ଦେଇ ସୁସଜ୍ଜିତ କରି ରଖାଯିବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ଚୂଡ଼ାନ୍ତ ହୋଇଛି।

Share

Leave a Reply

Your email address will not be published. Required fields are marked *

eight − five =