ଶ୍ରୀମନ୍ଦିର ଐତିହ୍ୟ କରିଡର ପରିକ୍ରମା ମାର୍ଗ ପ୍ରକଳ୍ପ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

ଶ୍ରୀମନ୍ଦିର ଐତିହ୍ୟ କରିଡର ପରିକ୍ରମା ମାର୍ଗ ପ୍ରକଳ୍ପ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ଐତିହ କରିଡରର ପରିକ୍ରମା ମାର୍ଗ ପ୍ରକଳ୍ପ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନିର୍ମାଣ କାର୍ୟ୍ୟ ଆରମ୍ଭ ପୂର୍ବରୁ ଏକ ଯଜ୍ଞ ଅନୁଷ୍ଠିତ ହେବ। ୨୧ରେ ଅଙ୍କୁର ରୋପଣ ପରେ ଶ୍ରୀମନ୍ଦିର ଐଶାନ୍ୟ କୋଣରେ ଉତ୍ତରଦ୍ୱାର ସମ୍ମୁଖରେ ଯଜ୍ଞ ଆରମ୍ଭ ହୋଇ ୨୪ ତାରିଖରେ ପୂର୍ଣ୍ଣାହୂତି ହେବ। ଏହି ସମୟ ଭିତରେ ମୁଖ୍ୟମନ୍ତ୍ରୀ କୌଣସି ଏକ ଦିନ ଯୋଗ ଦେଇ ପ୍ରକଳ୍ପର ଶୁଭାରମ୍ଭ କରିବେ। ମୁଖ୍ୟମନ୍ତ୍ରୀ କୋଉ ଦିନ ଯୋଗ ଦେବେ ସରକାରୀ ଭାବେ ଘୋଷଣା ହୋଇ ନ ଥିବା ବେଳେ ଯଜ୍ଞ ପୂର୍ଣ୍ଣାହୂତି ଦିନ ଯୋଗ ଦେବାର କାର୍ୟ୍ୟକ୍ରମ ରହିଥିବା ବିଶେଷ ସୂତ୍ରରୁ ଜଣାପଡ଼ିଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ୟ୍ୟକ୍ରମ ନେଇ ଗତକାଲି ଶ୍ରୀମନ୍ଦିର ପ୍ରଶାସନର ବୈଠକ ବସିଥିଲା। ପ୍ରକଳ୍ପ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ୟ୍ୟାୟରେ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ଏହି ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ପୁରୀ ଜିଲ୍ଲାପାଳ ଓ ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ଅଧିକାରୀ ସାମିଲ ଥିଲେ।

Share

Leave a Reply

Your email address will not be published. Required fields are marked *

17 − eight =