ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ

ଭୁବନେଶ୍ୱର()  ରାଜ୍ୟରେ ମୌସୁମୀର ଦୁର୍ବଳ ସ୍ଥିତି ଲାଗି ରହିଛି । ୬ ତାରିଖ ବେଳକୁ ରାଜ୍ୟର କିଛି ସ୍ଥାନରେ ଝଡ଼ ତୋଫାନ ହୋଇପାରେ  । ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି  ।
କେନ୍ଦ୍ରର ନିଦେ୍ର୍ଧଶକ ଏଚଆର ବିଶ୍ୱାସ କହିଛନ୍ତି ଯେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ । ଝଡ଼ତୋଫାନ ଯୋଗୁଁ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୬ ତାରିଖରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ଗଜପତି, ନବରଙ୍ଗପୁର ଆଦି ଜିଲ୍ଲାରେ ଝଡ଼ତୋଫାନ ହେବାର ଆଶଙ୍କା ରହିଛି । ୭ ତାରିଖ ଦିନ ମଧ୍ୟ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେ଼ଙ୍କାନାଳ, ଝାରସୁଗୁଡ଼ା, ସମ୍ବଲପୁର, ଖୋର୍ଦ୍ଧା, ନୟାଗଡ଼, କଟକ, ଗଞ୍ଜାମ, କନ୍ଧମାଳ ଓ ବାଲେଶ୍ୱର ଜିଲ୍ଲାରେ କେତେକ ସ୍ଥାନରେ ଝଡ଼ତୋଫାନ ହେବାର ସମ୍ଭାବନା ରହିଛି । ଅନ୍ୟ ପଟେ ୮ ତାରିଖ ଦିନ ଝଡ଼ତୋଫାନର ପ୍ରଭାବ ଅଧିକ ରହିବ  ।

Share

Leave a Reply

Your email address will not be published. Required fields are marked *

5 × 5 =