ଆହୁରି ବର୍ଷିବ

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ତେବେ ଆସନ୍ତା ୧୯ ତାରିଖ ଯାଏଁ ବର୍ଷା ଜାରି ରହିବ ବୋଲି ଅଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି । ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି ଯେ ଗତକାଲି ଦକ୍ଷିଣ ଆଣ୍ଡାମାନ ତତ୍ ସଲଗ୍ନ ଥାଇଲାଣ୍ଡ ଉପକୂଳରେ ସକ୍ରିୟ ଥିବା ଲଘୁଚାପ ଆଜି ସାମାନ୍ୟ ପଶ୍ଚିମ-ଉତ୍ତର ଓ ପଶ୍ଚିମ ଦିଗରେ ଗତି କରି କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସକ୍ରିୟ ରହିଛି। ଏହାସହିତ ଜଡ଼ିତ ଘୂର୍ଣ୍ଣିବଳୟ ୫.୮ କିଲୋମିଟର୍ ପର୍ୟ୍ୟନ୍ତ ବ୍ୟାପିଛି। ଆଗାମୀ ୨୪ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତର ଓ ପଶ୍ଚିମ ଦିଗରେ ଗତି କରିବ ଏବଂ ଉତ୍ତର ଆଣ୍ଡାମାନ ସାଗର ଏବଂ ଦକ୍ଷିଣ-ପୂର୍ବ ଆଣ୍ଡାମାନ ସାଗର ପହଞ୍ଚିଲା ବେଳକୁ ଏକ ସ୍ପଷ୍ଟ ଲଘୁଚାପ କ୍ଷେତ୍ରରେ ପରିଣତ ହେବ।

Share

Leave a Reply

Your email address will not be published. Required fields are marked *

15 − fourteen =