ରାଜ୍ୟରେ ୨୦ ଯାଏ ବର୍ଷା

ଭୁବନେଶ୍ୱର() ୧୮ ତାରିଖରୁ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ କିଛି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ୩୦ରୁ ୪୦ କିମି ବେଗରେ ପବନ ବହିବ । ସେହିପରି ୧୯ ତାରିଖରେ ବି ବର୍ଷା ଜାରି ରହିବ ଓ ୪୦ରୁ ୫୦ କିମି ବେଗରେ ପବନ ବହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ସୂଚନା ଅନୁଯାୟୀ, ୧୬ ତାରିଖ ସକାଳ ପର୍ୟ୍ୟନ୍ତ ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ଗଞ୍ଜାମ, ସୁନ୍ଦରଗଡ଼, କେଉଁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ବିଜୁଳି ସହ ଝଡ଼ବର୍ଷା ହୋଇପା‌ରେ। ଏହାପରେ ୧୬ ଓ ୧୭ ତାରିଖରେ କେଉଁଝର, ମୟୂରଭଞ୍ଜ, ଢେଙ୍କାନାଳ, ଯାଜପୁର, ବାଲେଶ୍ବର, କଟକ, ଭଦ୍ରକ, ଖୋର୍ଧା, ଗଞ୍ଜାମ, ନୟାଗଡ଼, କନ୍ଧମାଳ ଓ ବୌଦ୍ଧ ଆଦି ଜିଲ୍ଲାରେ ହାଲୁକା ବର୍ଷା ହେବ । ବାକି ସବୁ ଜିଲ୍ଲାରେ ପାଗ ଶୁଖିଲା ରହିବ। ଆସନ୍ତା ୧୮ରୁ ୨୦ ତାରିଖ ପର୍ୟ୍ୟନ୍ତ ସାରା ରାଜ୍ୟରେ ବର୍ଷା ହେବ । ବରଗଡ଼, ବଲାଙ୍ଗୀର, ସୋନପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, ବୌଦ୍ଧ ଓ କନ୍ଧମାଳ ଆଦି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି ।

Share

Leave a Reply

Your email address will not be published. Required fields are marked *

2 × 1 =