୮ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

 ଭୁବନେଶ୍ୱର()  ଆଠଟି ଜିଲ୍ଲାରେ ଘଡ଼ଘଡ଼ି ସହବର୍ଷା ହେବା ସମ୍ଭାବନା ରହିଥିବା କଥା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି। ଏହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର ଏବଂ କଟକ। ଘଡ଼ଘଡ଼ି ଓ ବିଜୁଳି ସହ ବର୍ଷା ହେବାର ସମ୍ଭାବନା ଥିବାରୁ ଲୋକେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

ସେପଟେ, ମହାନଦୀର ଉପର ମୁଣ୍ଡରେ ବର୍ଷା କମିଥିବାରୁ ଏବେ ରାଜ୍ୟରେ ବଡ ବନ୍ୟା ଭୟ ଟଳିଯାଇଛି । ପ୍ରାୟ ସମସ୍ତ ନଦୀରେ ବନ୍ୟାଜଳ ବିପଦସଙ୍କେତ ତଳେ ପ୍ରବାହିତ ହେଉଥିବା ବେଳେ ପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଛି ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି ।

Share

Leave a Reply

Your email address will not be published. Required fields are marked *

1 × five =