ବଜ୍ରପାତ ସହ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ବର()  ରାଜ୍ୟରେ ୭ଟି ଜିଲ୍ଲାକୁ ସତର୍କ ସୂଚନା । ଘଡଘଡି ସହ ବର୍ଷା ହେବା ନେଇ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହାସହ କାଳବୈଶାଖୀର ଆଶଙ୍କା ରହିଥିବା କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ରାଜ୍ୟର କିଛି ସ୍ଥାନରେ ମଧ୍ୟ ବର୍ଷା ମଧ୍ୟ ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ମିଳିଛି । ଅନ୍ୟପଟେ ବଜ୍ରପାତ ବିପଦ ଥିବାରୁ ଏହି ସବୁ ଜିଲ୍ଲାର ଲୋକମାନଙ୍କୁ ସତର୍କ ରହିବାକୁ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୁଳ, କେନ୍ଦୁଝର, କନ୍ଧମାଳ, ଏବଂ ବୌଦ୍ଧ ଭଳି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

Share

Leave a Reply

Your email address will not be published. Required fields are marked *

twelve − one =