ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର()  ଗତକାଲି ୧୬ ଜିଲ୍ଲାକୁ ମୌସୁମୀ ଛୁଇଁଥିବାବେଳେ ୪୮ ଘଣ୍ଟା ମଧ୍ୟରେ ସାରା ରାଜ୍ୟକୁ ଛୁଇଁବ ମୌସୁମୀ । ଏପରି ସୂଚନା ଦେଇଛନ୍ତି ଆଇଏମଡି ଏଡିଜି ମୃତ୍ୟୁଞ୍ଜୟ ମହାପାତ୍ର । କାଲି ପର୍ୟ୍ୟନ୍ତ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ମୌସୁମୀ ପ୍ରଭାବରେ ଗତକାଲିଠାରୁ ରାଜ୍ୟରେ ବର୍ଷା ଲାଗି ରହିଛି। ମେଘୁଆ ପାଗ ସାଙ୍ଗକୁ ତୁହାକୁ ତୁହା ବର୍ଷୁଛି। ଏହାସହ ଗରମ ଓ ଗୁଳୁଗୁଳିରୁ ଆଶ୍ୱସ୍ତି ଲାଭ କରିଛନ୍ତି ଲୋକ।

ସେପଟେ ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ଉତ୍ତର ଆଡକୁ ଗତି କରୁଛି । ପଶ୍ଚିମ ଓଡିଶାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଭାଗ ଅନୁମାନ କରିଛି ।

Share

Leave a Reply

Your email address will not be published. Required fields are marked *

20 − 15 =