୧୦ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ବର () ଓଡ଼ିଶା ସୀମାର ସ୍ଥଳଭାଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ରାଜ୍ୟରପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନର ରହିଛି । ଏନେଇ ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ ୪ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୧ରୁ ୧୪ତାରିଖ ପର୍ୟ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି । ଏହି ଜିଲ୍ଲାଗୁଡିକ ହେଲାଢେଙ୍କାନାଳ, ଖୋର୍ଦ୍ଧା, ପୁରୀ, କଟକ, ଯାଜପୁର, ବାଲେଶ୍ବର, ମୟୁରଭଞ୍ଜ, ଭଦ୍ରକ, ଗଞ୍ଜାମ, ନୟାଗଡ ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Share

Leave a Reply

Your email address will not be published. Required fields are marked *

5 + eighteen =