ଆଜିଠୁ ୨୧ ତାରିଖ ଯାଏ ବର୍ଷା

ରାଜ୍ୟରେ ତାତି ବଢିବା ସାଙ୍ଗକୁ ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳୁଛି । ଆସନ୍ତା ୨୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିବ କାଳବୈଶାଖୀ ପ୍ରଭାବ । ଆଜି ଉତ୍ତର ଓଡିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଅଳ୍ପରୁ ମଧ୍ୟମ ଧରଣ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ଉତ୍ତର ଓଡିଶା କିଛି ସ୍ଥାନ ଓ ଦକ୍ଷିଣ ଓଡିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଆଜି ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ହେବ ।ଏହି ସମୟରେ ପବନର ବେଗ ୪୦ରୁ ୪୫ କିଲୋମିଟର ରହିବ । ଗତ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରିରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ରେକର୍ଡ କରାଯାଇଛି । ସେହିଭଳି ଭୁବନେଶ୍ବରରେ ୩୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

Share

Leave a Reply

Your email address will not be published. Required fields are marked *

18 − fourteen =