ସମରେ କରୋନାକୁ ପରାଜିତ କଲେ ୯୬ ବର୍ଷୀୟ ସ୍ୱାଧିନତା ସଂଗ୍ରାମୀ

ଭୁବନେଶ୍ୱର()  ସାରା ବିଶ୍ୱରେ ଜାରି ରହିଥିବା କୋଭିଡ -୧୯ ମହାମାରୀ ସହ ଲଢ଼ି ଏହାକୁ ପରାଜିତ କରିଛନ୍ତି ୯୬ ବର୍ଷୀୟ ସ୍ୱାଧିନତା ସଂଗ୍ରାମୀ । ସମ୍ କୋଭିଡ ହସ୍ପିଟାଲରେ ସଫଳ ଚିକିତ୍ସା ପାଇବା ପରେ ଏହି ବର୍ଷୀୟାନ୍ ବ୍ୟକ୍ତି ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଚାରିଆଡେ ଆନନ୍ଦର ଲହରୀ ଖେଳିଯାଇଛି ।
ଭୁବନେଶ୍ୱରର  ଲୋକନାଥ ନାୟକ ଗତ ସେପ୍ଟେମ୍ବର ୨୯ ତାରିଖରେ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ସେହି ଦିନ ହିଁ ସମ୍ କୋଭିଡ ହସ୍ପିଟାଲ୍ରେ ଚିକିତ୍ସା ପାଇଁ ଭର୍ତି ହୋଇଥିଲେ । ତାଙ୍କୁ ଜ୍ୱର ରହିଥିବା ବେଳେ ସେ ଖୁବ୍ ଦୁର୍ବଳ ହୋଇପଡ଼ିଥିଲେ ଏବଂ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରୁଥିଲେ ।

ସମ୍ କୋଭିଡ୍ ଟିମ ତୁରନ୍ତ ତାଙ୍କର ଚିକିତ୍ସା ଆରମ୍ଭ କରିଥିଲେ । ତାଙ୍କ ଶରୀରରେ ଜଟିଳ କିଡ୍ନୀ ରୋଗ, ଡାଏବେଟିସ୍ ଭଳି ସମସ୍ୟା ମଧ୍ୟ ରହିଥିଲା । ତୁରନ୍ତ ହସ୍ପିଟାଲରେ ତାଙ୍କର ଚିକିତ୍ସା ଆରମ୍ଭ କରାଯାଇଥିଲା ।  ତାଙ୍କୁ ଆଂଟି ଭାଇରାଲ୍ ଚିକିତ୍ସା ପ୍ରଦାନ କରାଯିବା ସହିତ ସେ ସଂପୂର୍ଣ୍ଣ ସୁସ୍ଥ ହେବା ପର୍ଯ୍ୟନ୍ତ ଆଇସିୟୁରେ ରଖାଯାଇଥିଲା । ଏହି ବୟୋଜ୍ୟେଷ୍ଠଙ୍କୁ ସୁସ୍ଥ କରିବା ପାଇଁ ସମ୍ କୋଭିଡ ଟିମ୍ ଅତି ନିଷ୍ଠା ଓ ଯତ୍ନର ସହିତ ତାଙ୍କର ଚିକିତ୍ସା କରିଥିଲେ ।

ସୁସ୍ଥ ହେବା ପରେ ଶ୍ରୀ ନାୟକ କହିଛନ୍ତି ମୋତେ ଯେଉଁ ଭଳି ଚିକିତ୍ସା କରାଗଲା ତାହା ମୋର ଆଶାତୀତ । ହସ୍ପିଟାଲ୍ର ଡାକ୍ତର ଓ ନର୍ସମାନେ ନିଷ୍ଠା ଓ ଯତ୍ନର ସହ ମୋର ଚିକିତ୍ସା କରିଛନ୍ତି । ମୁଁ ସେମାନଙ୍କ ଠାରେ କୃତଜ୍ଞ ବୋଲି ସେ କହିଛନ୍ତି ।

 ନାୟକଙ୍କ ପୁଅ ମନୋରଞ୍ଜନ ନାୟକ ଚିକିତ୍ସା କରୁଥିବା ଡାକ୍ତରୀ ଟିମ୍କୁ ଧନ୍ୟବାଦ ଜଣାଇବା ସହ ତାଙ୍କ ବାପା ସୁସ୍ଥ ହୋଇ ଘରକୁ ଫେରିଥିବାରୁ ସେ ସମ୍ କୋଭିଡ୍ ହସ୍ପିଟାଲ୍କୁ ଉଚ୍ଚ ପ୍ରଶଂସା କରିବା ସହ କୃତଜ୍ଞତା ଜଣାଇଛନ୍ତି । ବୁଧବାର ସୁସ୍ଥ ହୋଇ ଘରକୁ ଫେରିଛନ୍ତି  ଲୋକନାଥ ନାୟକ ।

Share

Leave a Reply

Your email address will not be published. Required fields are marked *

13 − eleven =