ଗୁରୁମା’ଙ୍କ ସ୍ମୃତିରେ ସୁନନ୍ଦା ସମ୍ମାନ ଓ ଚେୟାର ପ୍ରତିଷ୍ଠା କରିବାକୁ ନିଷ୍ପତି

ଭୁବନେଶ୍ୱର ()ସୁନାମଧନ୍ୟ ଶାସ୍ତ୍ରୀୟ ସଂଗୀତଜ୍ଞ ସୁନନ୍ଦା ପଟ୍ଟନାୟକଙ୍କ ସ୍ମୃତିରେ ସୁନନ୍ଦା ସମ୍ମାନ ଓ ଚେୟାର ପ୍ରତିଷ୍ଠା କରିବାକୁ ରାଜ୍ୟ ସରକାରଙ୍କ ନଷ୍ପତି । ସମସ୍ତଙ୍କ ପ୍ରିୟ ଗୁରୁମାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଏଭଳି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆସନ୍ତାକାଲି ଓଡ଼ିଶା ସଂଗୀତ ନାଟକ ଏକାଡେମୀ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗ ସହଯୋଗରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରଠାରେ ରାଜ୍ୟସ୍ତରୀୟ ଶୋକସଭା ଅନୁଷ୍ଠିତ ହେବ । ଗୁରୁମାଙ୍କ ବିୟୋଗରେ ଶୋକସନ୍ତପ୍ତ ସାରା ରାଜ୍ୟ । ତେଣୁ ତାଙ୍କ ଅମ୍ଳାନ ସ୍ମୃତିରେ ଓଡ଼ିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ ଶାସ୍ତ୍ରୀୟ ସଂଗୀତରେ ଉଲ୍ଲେଖନୀୟ ଅବଦାନ ପାଇଁ ପ୍ରତିବର୍ଷ ରାଜ୍ୟର ଜଣେ ବିଶିଷ୍ଟ ସଂଗୀତଜ୍ଞଙ୍କୁ ‘ସୁନନ୍ଦା ସମ୍ମାନ’ ପ୍ରଦାନ କରାଯିବ । ଏହାସହ ଶାସ୍ତ୍ରୀୟ ସଂଗୀତରେ ଉଚ୍ଚତର ଗବେଷଣା ଓ ଶିକ୍ଷାପାଇଁ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ‘ଗୁରୁମା ସୁନନ୍ଦା ପଟ୍ଟନାୟକ ଚେୟାର୍’ ପ୍ରତିଷ୍ଠା କରାଯିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାବାଦ୍ ପୁରୀ ଓ କଟକରେ ଥିବା ତାଙ୍କ ବାସଭବନକୁ ତାଙ୍କ ପରିବାର ଲୋକଙ୍କ ଅନୁମତିକ୍ରମେ ସ୍ମୃତି ସଦନ ଭାବେ ବିକଶିତ କରାଯିବ ।

Share

Leave a Reply

Your email address will not be published. Required fields are marked *

5 × five =