ବିଜୁ ପକ୍କା ଘର ଲୋଗୋ ନେଇ କେନ୍ଦ୍ରର ଆପତ୍ତି

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନିର୍ମାଣ କରାଯାଉଥିବା ପକ୍କା ଘରେ ଲାଗିପାରିବ ନାହିଁ ବିଜୁ ପକ୍କା ଘର ଲୋଗୋ । ରାଜ୍ୟ ସରକାରଙ୍କୁ ଭାରତ ସରକାରଙ୍କ ଗ୍ରାମୀଣ ବିକାଶ ବିଭାଗର ପ୍ରମୁଖ ସଚିବଙ୍କ ଚିଠି । ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବିଜୁ ପକ୍କା ଘର ଲୋଗୋ ଅନୁମୋଦିତ ନୁହେଁ । ଏହାକୁ ରାଜ୍ୟ ସରକାର ବ୍ୟବହାର କରିପାରିବେ ନାହିଁ ବୋଲି ନିର୍ଦ୍ଦେଶ ଦିଆଯାଇଛି ।

ମାର୍ଚ୍ଚ ୩୦ ତାରିଖରେ ଭାରତ ସରକାରଙ୍କ ଗ୍ରାମୀଣ ବିକାଶ ବିଭାଗର ପ୍ରମୁଖ ସଚିବ ଓଡ଼ିଶା ସରକାରଙ୍କୁ ଚିଠି ଲେଖି ବିଜୁ ପକ୍କା ଘର ଲୋଗୋ ଅନୁମୋଦିତ ନୁହେଁ ଏବଂ ଏହାକୁ ରାଜ୍ୟ ସରକାର ବ୍ୟବହାର କରିପାରିବେ ନାହିଁ ବୋଲି ନିର୍ଦ୍ଦେଶ ଦେଇଛନ୍ତି ।ପୂର୍ବରୁ ବିଧାନସଭାର ବିରୋଧୀ ଦଳ ନେତାଙ୍କ ନେତୃତ୍ୱରେ ବିଧାୟକମାନେ ଲୋଗୋ ହଟାଇବା ପାଇଁ ଏକ ସ୍ମାରକ ପତ୍ର ପ୍ରଦାନ କରିଥିଲେ । ଏନେଇ ରାଜ୍ୟପାଳଙ୍କୁ ମଧ୍ୟ ଫେରାଦ ହୋଇଥିଲା ବିଜେପି । ସେହିପରି ଫେବ୍ରୁଆରୀ ୧୨ ତାରିଖରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ବିଜେପି ସାଂସଦମାନେ ମଧ୍ୟ କେନ୍ଦ୍ର ପଂଚାୟତିରାଜ ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କୁ ଭେଟି ବ୍ୟକ୍ତିଗତ ହସ୍ତକ୍ଷେପ ପାଇଁ ଅନୁରୋଧ କରିଥିଲେ ।

ଏହାପରେ ଗାଁ ଗାଁରେ ବିଜେପି କାର୍ଯ୍ୟକର୍ତ୍ତାମାନେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ମିଳିଥିବା ଘରେ ବିଜୁ ପକ୍କା ଘର ଯୋଜନାର ଷ୍ଟିକର ଲଗାଇବା ନେଇ ବିରୋଧ କରିଥିଲେ ।ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଲୋକଙ୍କୁ ମିଳିଥିବା ଘରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ବିଜୁ ପକ୍କା ଘର ଯୋଜନାର ଦୁଇଟି ଯାକ ଲୋଗୋ ଥାଇ ଷ୍ଟିକର ଲଗାଯିବା ନେଇ ପ୍ରଥମେ ବିରୋଧ କରିଥିଲା ବିଜେପି ।

Share

Leave a Reply

Your email address will not be published. Required fields are marked *

two + three =