Friday, October 30, 2026
Uncategorized

ଜୁନ ୧୫ ଯାଏଁ ବନ୍ଦ ରହିବ ଶ୍ରୀମନ୍ଦିର

ଭୁବନେଶ୍ବର: ରାଜ୍ୟରେ ଦ୍ଵିତୀୟ ଲହର ଚାଲୁଥିବା ସମୟରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏବଂ ଏହି ବୃଦ୍ଧି ପାଉଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ବଡ଼ ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ପ୍ରଶାସନ । ଜୁନ ୧୫ ଯାଏଁ ଶ୍ରୀମନ୍ଦିର ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ସେହି ଦିନ ପର୍ଯ୍ୟନ୍ତ ମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ଆଜି ସୂଚନା ଦିଆଯାଇଛି।ତେବେ ଏହି ସମୟରେ ଯଥାରୀତି ମହାପ୍ରଭୁଙ୍କର ନୀତି ସମ୍ପନ୍ନ ହେବ ବୋଲି କୁହାଯାଇଛି ।

ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ପୁରୀ ଜିଲ୍ଲାପାଳ, ଏସପି ଏବଂ ଶ୍ରୀମନ୍ଦିର ଅଫିସିଆଲଙ୍କୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ଏହି ବୈଠକରେ ସଂକ୍ରମଣକୁ ଆଖି ଆଗରେ ରଖି ଶ୍ରୀମନ୍ଦିରକୁ ଜୁନ୍ ୧୫ ଯାଏଁ ଭକ୍ତଙ୍କ ପ୍ରବେଶ ନିଷେଧ କରାଯାଇଛି ।ପୂର୍ବରୁ କେବଳ ଶନିବାର ଓ ରବିବାର ଦିନ ଭକ୍ତଙ୍କ ଦର୍ଶନ ବନ୍ଦ ରହିଥିଲା। ପରେ ମେ ୧୫ ଯାଏଁ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିରରେ କଟକଣା ଜାରି ରହିଥିଲା। ତେବେ ଏହି ସମୟରେ ସୀମିତ ସେବାୟତଙ୍କୁ ନେଇ ନୀତିକାନ୍ତି ଜାରି ରହିବ। ସେହିଭଳି କୋଭିଡ଼ ନିୟମ ଅନୁଯାୟୀ ରଥ କାର୍ଯ୍ୟ ଜାରି ରହିବ ବୋଲି ମଧ୍ୟ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଆଗକୁ ମହାପ୍ରଭୁଙ୍କ ବିଶ୍ଵ ପ୍ରସିଦ୍ଧ ଘୋଷଯାତ୍ରା ତେବେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ସମୟରେ କିପରି ଏହାର ଆୟୋଜନ କରାଯିବା ସେ ନେଇ ତତ୍ପର ଶ୍ରୀମନ୍ଦିର ପ୍ରଶାସନ ।

Share

Leave a Reply

Your email address will not be published. Required fields are marked *

ten − six =