ଟାଟା ଟେକ୍ନୋଲୋଜି ଲିମିଟେଡ୍ ଇନିସିଆଲ ପବ୍ଲିକ୍ ଅଫର ନଭେମ୍ବର ୨୨ରେ ଖୋଲିବ

ଭୁବନେଶ୍ୱର: ଟାଟା ଟେକ୍ନୋଲୋଜି ଲିମିଟେଡ୍‌ର ଇନିସିଆଲ ପବ୍ଲିକ୍ ଅଫର ୨୦୨୩ ନଭେମ୍ବର ୨୨ ବୁଧବାର ଦିନ ଖୋଲିବ । ଏଥିରେ କଂପାନି ୬୦,୮୫୦,୨୭୮ ଇକ୍ୱିଟି ସେୟାର ଉପଲବ୍ଧ କରାଯିବ । ଏହି ଅଫର ୨୦୨୩ ନଭେମ୍ବର ୨୪ରେ ବନ୍ଦ ହେବ । ଆଙ୍କର ନିବେଶକମାନେ ଅଫର ଖୋଲିବାର ଗୋଟିଏ ଦିନ ପୂର୍ବରୁ ୨୦୨୩ ନଭେମ୍ବର ୨୧ରେ ବିଡ୍ ଦାଖଲ କରିପାରିବେ ।
ଏହି ଅଫରରେ ଇକ୍ୱିଟି ସେୟାରର ମୂଲ୍ୟ ୪୭୫ ଟଙ୍କାରୁ ୫୦୦ ଟଙ୍କା ମଧ୍ୟରେ ଧାର୍ଯ୍ୟ କରାଯାଇଛି । ସର୍ବନିମ୍ନ ୩୦ଟି ଇକ୍ୱିଟି ସେୟାର ପାଇଁ ବିଡ୍ ଦାଖଲ କରାଯାଇପାରିବ ଏବଂ ଏହା ପରେ ୩୦ଟି ଲେଖାଏଁ ଇକ୍ୱିଟି ସେୟାର ଗୁଣିତକ ଭାବେ ଯୋଡ଼ାଯାଇପାରିବ ।
ଅଫର ଫର ସେଲ୍‌ରେ ଟାଟା ମୋଟର୍ସ ଲିମିଟେଡ୍ ୪୬,୨୭୫,୦୦୦ ଇକ୍ୱିଟି ସେୟାର, ଆଲ୍‌ଫା ଟିସି ହୋଲଡିଂସ ପିଟିଇ ଲିମିଟେଡ୍ ୯,୭୧୬,୮୫୩ ଇକ୍ୱିଟି ସେୟାର ଏବଂ ଟାଟା କ୍ୟାପିଟାଲ୍ ଗ୍ରୋଥ୍ ଫଣ୍ଡ୍ ୧୪,୮୫୮,୪୨୫ ଇକ୍ୱିଟି ସେୟାର ଉପଲବ୍ଧ କରାଇପାରିବେ ।
ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡର ନିୟମ ଅନୁସାରେ ଏହି ଅଫରର ୫୦ ପ୍ରତିଶତ ପର୍ଯ୍ୟନ୍ତ ଇକ୍ୱିଟି ସେୟାର ସମାନୁପାତିକ ଭିତିରେ ଯୋଗ୍ୟ ସଂସ୍ଥାଗତ ନିବେଶକ (କ୍ୟୁଆଇବି)ମାନଙ୍କ ଲାଗି ରହିବ । ବୁକ୍ ରନିଂ ଲିଡ୍ ମ୍ୟାନେଜରଙ୍କ ପରାମର୍ଶରେ କ୍ୟୁଆଇବି ଭାଗର ୬୦ ପ୍ରତିଶତ ଇକ୍ୱିଟି ସେୟାରକୁ ଆଙ୍କର ନିବେଶକମାନଙ୍କ ଲାଗି ଉପଲବ୍ଧ କରାଯାଇପାରିବ । ସେଥିରୁ ଅତିକମ୍‌ରେ ଏକ ତୃତୀୟାଂଶ ଇକ୍ୱିଟି ସେୟାରକୁ ସ୍ଥାନୀୟ ମ୍ୟୁଚୁଆଲ ଫଣ୍ଡ୍‌ମାନଙ୍କୁ ପ୍ରଦାନ କରାଯିବ । ଯଦି ସ୍ଥାନୀୟ ମ୍ୟୁଚୁଆଲ ଫଣ୍ଡ୍ ସବୁ ସେୟାର ନେବେ ନାହିଁ ତେବେ ଅବଶିଷ୍ଟ ସେୟାରକୁ କୁଆଇବିଙ୍କ ପାଇଁ ପୁଣି ଥରେ ସାମିଲ କରାଯାଇପାରିବ । ଅଫରର ୧୫ ପ୍ରତିଶତ ଇକ୍ୱିଟି ସେୟାର ଅଣ ସଂସ୍ଥାଗତ ନିବେଶକମାନଙ୍କ ଲାଗି ରହିବ । ସେବି ନିୟମ ଅନୁସାରେ ନେଟ୍ ଅଫରର ୩୫% ପର୍ଯ୍ୟନ୍ତ ଇକ୍ୱିଟି ସେୟାରକୁ ଖୁଚୁରା ନିବେଶକମାନଙ୍କ ଲାଗି ଉପଲବ୍ଧ କରାଯିବ ।
କଂପାନିର ଇକ୍ୱିଟି ସେୟାରଗୁଡ଼ିକୁ ବିଏସଇ ଲିମିଟେଡ୍ ଓ ନ୍ୟାସନାଲ ଷ୍ଟକ ଏକ୍ସଚେଂଜ୍ ଇଣ୍ଡିଆ ଲିମିଟେଡ୍‌ରେ ତାଲିକାଭୁକ୍ତ କରିବା ଲାଗି ରେଡ୍ ହେରିଂ ପ୍ରୋସପେକ୍ଟସ୍‌ରେ ପ୍ରସ୍ତାବ ରହିଛି ।
ଏହି ଅଫରର ବୁକ୍ ରନିଂ ଲିଡ୍ ମ୍ୟାନେଜରମାନେ ହେଉଛନ୍ତି ଜେଏମ୍ ଫାଇନାନ୍ସିଆଲ ଲିମିଟେଡ୍‌, ସିଟି ଗ୍ରୁପ୍ ଗ୍ଲୋବାଲ୍ ମାର୍କେଟ୍‌ସ ଇଣ୍ଡିଆ ପ୍ରାଇଭେଟ୍ ଲିମିଟେଡ୍ ଓ ବିଓଏଫ୍‌ଏ ସିକ୍ୟୁରିଟିଜ୍ ଇଣ୍ଡିଆ ଲିମିଟେଡ୍ ।

Share

Leave a Reply

Your email address will not be published. Required fields are marked *

eighteen − 14 =